24“ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ, ଆଉ ତାହା ନ ପାଇ କହେ, ମୁଁ ଯେଉଁ ଘରୁ ବାହାରି ଆସିଥିଲି, ‘ମୋହର ସେହି ଘରକୁ ଫେରିଯିବି;’
25ପୁଣି, ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ।
26ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି, ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।”
27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ।
28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”