ଲୂକ 11

ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

Luke 11:31 (UKJV) The queen of the south shall rise up in the judgment with the men of this generation, and condemn them: for she came from the utmost parts of the earth to hear the wisdom of Solomon; and, behold, a greater than Solomon is here.

29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।

30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ।

31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।

32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.