30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ।
31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।
32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
34ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।