32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”
33“କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
34ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ। ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ, ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ; କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ, ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ।
35ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
36ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”