35ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
36ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ, ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ, ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ।”
37ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
38କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ।
39ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ।