40ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?
41ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।
42କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।
43ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।
44ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”