ଲୂକ 11

ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।

Luke 11:43 (UKJV) Woe unto you, Pharisees! for all of you love the uppermost seats in the synagogues, and greetings in the markets.

41ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

42କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ।

43ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।

44ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।”

45ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.