46ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
47ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ।
48ଅତଏବ ତୁମ୍ଭମାନଙ୍କ ପିତୃ-ପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ; କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ, କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ।
49ତେଣୁ ଈଶ୍ବର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,
50ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,