50ଯେପରି ହେବଲଙ୍କ ରକ୍ତପାତଠାରୁ, ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି,
51ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
52ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”
53ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
54ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ।