4ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”
5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,
6କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’
7ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ।