1ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
2କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”