8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
9କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ।
10ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”