11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
13ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା, ହେ ଗୁରୁ, ମୋʼର ଭାଇକୁ ମୋʼ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ।
14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”
15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”