14କିନ୍ତୁ ସେ ତାହାଙ୍କୁ କହିଲେ, “ହେ ଭାଇ, କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା?”
15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।
17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,