15ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”
16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା।
17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ।
18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,
19ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;