19ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
20କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?
21ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”
22ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।
23କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।