28କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ!
29ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30କାରଣ ଜଗତର ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଈଶ୍ବର ଜାଣନ୍ତି।
31ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।”
32“ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଈଶ୍ବରଙ୍କର ମହା ଆନନ୍ଦ।