33ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଝୋଲି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା କୀଟ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।”
35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।
37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।