37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ।
38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।
39କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ।
40ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।”
41ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?