41ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?
42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?
43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।
44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।
45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,