ଲୂକ 12

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।

Luke 12:44 (UKJV) Truthfully I say unto you, that he will make him ruler over all that he has.

42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ?

43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।

44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।

45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,

46ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.