3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।”
4“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ।
5କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର।
6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ।
7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”