ଲୂକ 12

ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।

Luke 12:50 (UKJV) But I have a baptism to be baptized with; and how am I straitened till it be accomplished!

48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”

49“ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କଅଣ ବାଞ୍ଛା?

50ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।

51ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।

52କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.