50ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି।
51ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି।
52କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ।
53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”
54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;