53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”
54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ।
56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?”
57“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?