57“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?
58କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ।
59ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”