10ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।
11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।
12ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
13ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
14କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।