14କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ।
15କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?
16ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?”
17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
18ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?