17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
18ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?
19ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
20ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି?
21ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”