1ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ।
2ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
3ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
4କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?