26ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
27ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
28ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।
29ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।
30ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”