ଲୂକ 13

ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”

Luke 13:30 (UKJV) And, behold, there are last which shall be first, and there are first which shall be last.

28ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ବରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ।

29ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ବରଙ୍କ ରାଜ୍ୟରେ ଭୋଜନରେ ବସିବେ।

30ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”

31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।

32ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.