30ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
32ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
33ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
34“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।