31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି।
32ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’
33ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।”
34“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।
35ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”