ଲୂକ 13

ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।

Luke 13:6 (UKJV) He spoke also this parable; A certain man had a fig tree planted in his vineyard; and he came and sought fruit thereon, and found none.

4କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?

5ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”

6ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।

7ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?

8ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.