ଲୂକ 13

ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”

Luke 13:9 (UKJV) And if it bear fruit, well: and if not, then after that you shall cut it down.

7ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?

8ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,

9ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”

10ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ।

11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.