9ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।
10କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।
11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
12ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
13କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;