11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”
12ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, “ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ।
13କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
14ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”
15ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ।