22ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି।
23ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’
24ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
25ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
26“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।