ଲୂକ 14

ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”

Luke 14:3 (UKJV) And Jesus answering spoke unto the lawyers and Pharisees, saying, Is it lawful to heal on the sabbath day?

1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।

2ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ।

3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”

4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।

5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.