30ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।
31କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
32ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।
33ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”
34“ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ, ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ?