3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”
4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ।
5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?”
6ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।
7ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,