ଲୂକ 14

ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।

Luke 14:9 (UKJV) And he that bade you and him come and say to you, Give this man place; and you begin with shame to take the low room.

7ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,

8“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ,

9ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ।

10କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ।

11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.