9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ‘ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ରୌପ୍ୟ-ମୁଦ୍ରାଟି ହଜିଯାଇଥିଲା, ତାହା ପାଇଲି।’
10ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନ-ପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ବରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ।”
11ସେ ଆହୁରି କହିଲେ, “ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ।
12ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ। ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ।
13ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।