15ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;
16ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।
17ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।
18ମୁଁ ଉଠି ମୋହର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ।