ଲୂକ 15

ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!

Luke 15:2 (UKJV) And the Pharisees and scribes murmured, saying, This man receives sinners, and eats with them.

1ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ।

2ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ!

3ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,

4“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.