20ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।
21ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ।
22କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
23ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
24କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।