22କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,
23ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
24କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
25ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
26ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।