25ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା। ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା, ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି,
26ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହିସବୁ କଅଣ ବୋଲି ପଚାରିବାକୁ ଲାଗିଲା।
27ସେ ତାହାକୁ କହିଲା, ତୁମ୍ଭର ଭାଇ ଆସିଅଛନ୍ତି, ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ହୃଷ୍ଟ ପୃଷ୍ଟ ପଶୁଟିଏ ମାରିଅଛନ୍ତି।
28ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।
29ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;