ଲୂକ 15

କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।

Luke 15:30 (UKJV) But as soon as this your son was come, which has devoured your living with harlots, you have killed for him the fatted calf.

28ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ; କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ।

29ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ, ଦେଖ, ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି, ପୁଣି, କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ, ତଥାପି ମୋହର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ;

30କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ହୃଷ୍ଟ ପୃଷ୍ଟ ପଶୁଟି ମାରିଲ।

31ସେଥିରେ ସେ ତାହାକୁ କହିଲେ, ପୁଅରେ, ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ, ଆଉ ଯାହାସବୁ ମୋହର, ସେହିସବୁ ତୋହର;

32କିନ୍ତୁ ଏହି ଯେ ତୋହର ଭାଇଟି ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.